ଭୁବନେଶ୍ବର: ଆସନ୍ତାକାଲି ସୋମବାରଠୁ ବିଧାନସଭା ଅଧିବେଶନ ହେବାକୁ ଯାଉଛି। ଏଥିପାଇଁ ସର୍ବଦଳୀୟ ବୈଠକ ରବିବାର ବାଚସ୍ପତି ସୁରମା ପାଢୀଙ୍କ ଅଧ୍ଯକ୍ଷତାରେ ବୈଠକ ବସିବ। ବିଧାନସଭା ଅଧିବେସନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସରେ ପହଞ୍ଚି ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି।

Advertisment

ବିରୋଧୀ ଦଳ ନେତା ନବୀନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ସର୍ବଦଳୀୟ ବୈଠକରେ ଯୋଗଦେବାକୁ ଅନୁରୋଧ କରିଛନ୍ତି। ଏହାସହ ବିଧାନସଭାର ସମସ୍ତ କାର୍ୟ୍ୟ ଦିବସରେ ଯୋଗ ଦେବାକୁ ଅନୁରୋଧ କରିଛନ୍ତି। ଓଡିଶା ବିକାଶ ପାଇଁ ଗଠନ ମୂଳକ ପ୍ରସ୍ତାବ ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁରୋଧ କରିଛନ୍ତି।