ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସେ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ନଡ୍ଡାଙ୍କୁ ଭେଟିଥିବା ଏକ୍ସରେ ପୋଷ୍ଟ କରି ଜଣାଇଛନ୍ତି। ଏକ୍ସ ପୋଷ୍ଟରେ ୩ଟି ଫଟୋ ସେୟାର କରାଯାଇଛି। ଫଟୋରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ନଜର ଆସିଛନ୍ତି।
ଫଟୋ ସେୟାର କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, "ଆଜି ନୂଆଦିଲ୍ଲୀଠାରେ ଆମ ଦଳର ମାନନୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ରସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଲି । ଏହି ଅବସରରେ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ଥିଲେ । ଓଡ଼ିଶା ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟ, ସ୍ୱାସ୍ଥ୍ୟସେବା ବ୍ୟବସ୍ଥା, ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପରିଯୋଜନା ଓ ଭବିଷ୍ୟତ ରୂପରେଖ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା।"
CM Mohan Charan Majhi | JP Nadda
Follow Us