ପଦ୍ମପୁରବାସୀଙ୍କୁ ମିଳିଲା ପ୍ରଥମ ଏଡିଏମ୍‌, ନୂଆ ପଦବିକୁ ଅନୁମୋଦନ ‌ଦେଲେ ମୁଖ୍ୟମନ୍ତ୍ରୀ

Advertisment
ପଦ୍ମପୁରବାସୀଙ୍କୁ ମିଳିଲା ପ୍ରଥମ ଏଡିଏମ୍‌, ନୂଆ ପଦବିକୁ ଅନୁମୋଦନ ‌ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବରଗଡ଼ ଜିଲ୍ଲା ପଦ୍ମପୁରରେ ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍‌ ନିଯୁକ୍ତ ହୋଇଛନ୍ତି। ଚଭନ କୁନାଲ ମୋତିରାମଙ୍କୁ ପଦ୍ମପୁରର ପ୍ରଥମ ଏଡିଏମ୍‌ ଭାବେ ନିଯୁକ୍ତି ମିଳିଛି।  ପଦ୍ମପୁରରେ ପ୍ରଥମ ଏଡିଏମ ପଦବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

୨୦୨୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଚଭନ କୁନାଲ ମୋତିରାମ ଏବେ ବାଲେଶ୍ବର ଉପଜିଲ୍ଲାପାଳ ଅଛନ୍ତି। ତାଙ୍କୁ ଏଡିଏମ୍‌ ପଦବି ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି। ପଦ୍ମପୁରରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥାପନ ପାଇଁ ସ୍ଥାନ ଚିହ୍ନଟ ହୋଇଛି । ଆରଡିସି ସୁରେଶ ଚନ୍ଦ୍ର ଦଳାଇ ପଦ୍ମପୁରରେ ପହଞ୍ଚି  ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ। ଆରଡିସିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଜମି ନିରୂପଣରେ ସାମିଲ ହୋଇଥିଲେ। ଉପଜିଲ୍ଲାପାଳ ଓ ଆରଆଇଙ୍କ ଉପସ୍ଥିତିରେ ୩ଟି ସ୍ଥାନ ପରିଦର୍ଶନ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି। ଜିଲ୍ଲା ଗଠନ ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିବାରୁ ପଦ୍ମପୁରବାସୀଙ୍କ ମନରେ ଉତ୍ସାହ ଦେଖାଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe