ଓଡ଼ିଶୀ ନୃତ୍ୟ ଗୁରୁ ସ୍ୱର୍ଗତ କେଳୁଚରଣ ମହାପାତ୍ରଙ୍କ ପତ୍ନୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ 

Advertisment
ଓଡ଼ିଶୀ ନୃତ୍ୟ ଗୁରୁ ସ୍ୱର୍ଗତ କେଳୁଚରଣ ମହାପାତ୍ରଙ୍କ ପତ୍ନୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଦିବଂଗତ ଓଡ଼ିଶୀ ନୃତ୍ୟ ଗୁରୁ କେଳୁଚରଣ ମହାପାତ୍ରଙ୍କ ପତ୍ନୀ ଶ୍ରୀମତୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଓଡ଼ିଶୀ ନୃତ୍ୟର ପ୍ରସାର ଓ ପ୍ରଚାରରେ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କର ମହାନ୍‌ ଅବଦାନ ବିଷୟରେ ସ୍ମୃତିଚାରଣ କରିବା ସହ ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶ୍ରୀମତୀ ମହାପାତ୍ରଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ବାର୍ଦ୍ଧକ୍ୟଜନିତ ଅସୁସ୍ଥତାରେ ପୀଡ଼ିତା ୮୬ ବର୍ଷୀୟ ଲକ୍ଷ୍ମୀପ୍ରିୟାଙ୍କର ଗତରାତିରେ ଦେହାନ୍ତ ହୋଇଥିଲା।

ଓଡ଼ିଶୀ ନୃତ୍ୟାଙ୍ଗନା ଲକ୍ଷ୍ମୀପ୍ରିୟାଙ୍କ ଦେହାନ୍ତ ଯୋଗୁଁ ମନ୍ତ୍ରୀ ପ୍ରତାପ ଜେନା ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକ ବାର୍ତ୍ତାରେ ଶ୍ରୀ ଜେନା କହିଛନ୍ତି, ମହାନ୍‌ ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ବିଶିଷ୍ଟ ଓଡ଼ିଶୀ ନୃତ୍ୟ ଗୁରୁ କେଳୁଚରଣ ମହାପାତ୍ରଙ୍କର ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗ ଖବର ପାଇ ମୁଁ ଦୁଃଖିତ। ଓଡ଼ିଶୀ ନୃତ୍ୟକୁ ସମୃଦ୍ଧ କରିବା କ୍ଷେତ୍ରରେ ତାଙ୍କର ଅବଦାନ ଚିରସ୍ମରଣୀୟ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe