୮ରେ ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ, ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା କରିବେ

Advertisment
୮ରେ ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ, ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା କରିବେ

ଭୁବନେଶ୍ୱର : ଆସନ୍ତା ନଭେମ୍ବର ୧୧ରୁ ୧୫ ତାରିଖ ଯାଏଁ ହେବ ‘ମେକ୍‌ ଇନ୍‌ ଓଡ଼ିଶା’ କନ୍‌କ୍ଲେଭ୍‌। ଏଥି ପାଇଁ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ ତାରିଖରେ ମୁମ୍ବାଇ ଯିବେ। ସେଠାରେ ଏକ ରୋଡ୍‌ ସୋ’ରେ ଯୋଗ ଦେବା ସହ ପୁଞ୍ଜିନିବେଶକାରୀଙ୍କ ସହ ସିଧାସଳଖ ଆଲୋଚନା କରିବେ। ଏହା ସହ ରାଜ୍ୟ ସରକାରଙ୍କ ଏକ ପ୍ରତିନିଧି ଦଳ ଚଳିତ ମାସ ଶେଷ ସପ୍ତାହରେ ଜାପାନ, ଚୀନ୍‌ ଓ କୋରିଆ ଯିବାର କାର୍ଯ୍ୟକ୍ରମ ରହିଛି।

ଆଜି ସଚିବାଳୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ର ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ପୁଞ୍ଜିନିବେଶ ପାଇଁ ଓଡ଼ିଶା ଏକ ପସନ୍ଦର ସ୍ଥାନ ପାଲଟିଛି। ରାଜ୍ୟରେ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ବିଭିନ୍ନ ପ୍ରକାର ଶିଳ୍ପ ପ୍ରତିଷ୍ଠା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଉତ୍ପାଦନ କ୍ଷେତ୍ରର ବୃଦ୍ଧି ପାଇଁ ଆନ୍ତର୍ଜାତିକ ସ୍ତରର ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବାକୁ ରାଜ୍ୟରେ ଉପଲବ୍ଧ ସୁବିଧାସୁଯୋଗକୁ ବ୍ୟାପକ ପ୍ରଚାର କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବାୟୋଟେକ୍ନୋଲୋଜି, ଇଏସ୍‌ଡିଏମ୍‌, ଖାଦ୍ୟ ପ୍ରକ୍ରିୟାକରଣ, ସ୍ୱାସ୍ଥ୍ୟସେବା, ବୟନ ଶିଳ୍ପ, ପର୍ଯ୍ୟଟନ ଓ ମହିଳା ସଶକ୍ତିକରଣ ନୀତି ‘ମେକ୍‌ ଇନ୍‌ ଓଡ଼ିଶା’ କନ୍‌କ୍ଲେଭ୍‌ ପାଇଁ ବେଶ୍‌ ଗୁୁରୁତ୍ୱ ବହନ କରୁଛି। ଏହି ନୀତି ପୁଞ୍ଜିନିବେଶକାରୀମାନଙ୍କୁ ଆକୃଷ୍ଟ କରିପାରିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା କାର୍ଯ୍ୟକ୍ରମ ପ୍ରସ୍ତୁତିର ଅଗ୍ରଗତି ନେଇ ସୂଚନା ଦେଇଥିଲେ। ଶିଳ୍ପ ମନ୍ତ୍ରୀ ଅନନ୍ତ ଦାସ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିସନର୍‌ ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe