ସପ୍ତାହେ ମଧ୍ୟରେ ଦ୍ବିତୀୟ ଶ୍ରୀକ୍ଷେତ୍ର ଗସ୍ତ; ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ସପ୍ତାହେ ମଧ୍ୟରେ ଦ୍ବିତୀୟ ଶ୍ରୀକ୍ଷେତ୍ର ଗସ୍ତ; ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଏକ ସପ୍ତାହ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ଥର ପାଇଁ ଶ୍ରୀକ୍ଷେତ୍ର ଗସ୍ତ କରିଛନ୍ତି। ଗତ ୧୭ ତାରିଖ (ବୁଧବାର) ଦିନ ମୁଖ୍ୟମନ୍ତ୍ରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ପୁରୀ ଗସ୍ତ କରିଥିବା ବେଳେ ଆଜି ଅପରାହ୍‌ଣ ୪ଟା ୪୫ରେ ପୁଣୀ ଶ୍ରୀକ୍ଷେତ୍ର ପହଞ୍ଚିଛନ୍ତି।  ଶ୍ରୀ ସେତୁ ନିକଟ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କଲା ପରେ ସେଠାରୁ ସେ ଶ୍ରୀସେତୁ ଦେଇ ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂରେ ପହଞ୍ଚଥିଲେ। ପରେ ସେଠାରୁ ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିରରେ ପହଞ୍ଚି ଥିଲେ।

ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି। ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଯାଇଥିଲେ। ଭକ୍ତମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ଆଜି ପୁଣି ଥରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କ ଉନ୍ନତି ଓ ମଙ୍ଗଳ କାମନା କରିଥିଲେ। ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥଲେ।

ଗତ ୧୭ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହାର ଲୋକାର୍ପଣ କରିଥିଲେ। ଶ୍ରୀମନ୍ଦିରର ସୁରକ୍ଷା, ମହାପ୍ରଭୁଙ୍କ ଯାନିଯାତ୍ରା ଓ ଭକ୍ତ ମାନଙ୍କ ସୁବିଧା ଦୃଷ୍ଟିରୁ ଏହା ଅତି ଜରୁରୀ ଥିଲା। ମନ୍ଦିର ଚତୁଃ ପାର୍ଶ୍ଵରେ ୭୫ ମିଟର ପ୍ରଶସ୍ତ ଏହି ପରିକ୍ରମା ପ୍ରକଳ୍ପ ଅତ୍ୟନ୍ତ ଭବ୍ୟ, ସୌନ୍ଦର୍ଯ୍ୟମୟ ହେବା ସହିତ ପିଢ଼ି ପରେ ପିଢ଼ି ଭକ୍ତ ମାନଙ୍କୁ ଏକ ଆଧ୍ୟାତ୍ମିକ ପରିବେଶ ପ୍ରଦାନ କରିବ। ସୁନ୍ଦର୍ ସବୁଜ ପରିବେଶ, ଖଣ୍ଡାଲିଟ୍‌ ପଥରର ଆକର୍ଷଣୀୟ କାରିଗରୀ କାମ ସହିତ ଭକ୍ତମାନଙ୍କ ପାଇଁ କ୍ଲୋକ୍ ରୁମ୍, ସୂଚନା କେନ୍ଦ୍ର, ଆମ୍ପି ଥିଏଟର ଆଦି ଅନେକ ସୁବିଧା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe