ଡ. ରଜତ କରଙ୍କ ବିୟୋଗରେ ଓଡ଼ିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଲା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ସୁସାହିତ୍ୟିକ, ଜଗନ୍ନାଥ ସଂସ୍କୃତିର ଅନନ୍ୟ ଗବେଷକ ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ରଜତ କର ଓଡ଼ିଆ ସାରସ୍ୱତ ଜଗତକୁ ବହୁ ଭାବରେ ସମୃଦ୍ଧ କରିଯାଇଛନ୍ତି।ଭଞ୍ଜ ସାହିତ୍ୟରେ ତାଙ୍କର ଅଗାଧ ପାଣ୍ଡିତ୍ୟ ଥିଲା। ଓଡ଼ିଆ ସଂସ୍କୃତି ଓ ପରମ୍ପରା ବିଶେଷ କରି ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାରରେ ତାଙ୍କର ଅବଦାନ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ।

ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି।

ସମ୍ବନ୍ଧିତ ଖବର