ଭୁବନେଶ୍ବର: ନବୀନ ନିବାସରେ ଥିଲା ଆଜି ଏକ ଆଧ୍ୟାତ୍ମିକ ପରିବେଶ। ଜୟ ଜଗନ୍ନାଥ ଧ୍ବନୀରେ ପ୍ରକମ୍ପିତ ହେଉଥିଲା ପୂରା ପରିସର। ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟଗଣ, ବରିଷ୍ଠ ସେବାୟତଗଣ, ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କୁ ନେଇ ଏକ ୫୦ ଜଣିଆ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାରମ୍ପରିକ ରୀତିରେ ନିମନ୍ତ୍ରଣ କରିଥିଲେ ।
ଆଜି ଭୁବନେଶ୍ବରରେ ପହଞ୍ଚି ସେବାୟତ ଓ ଅନ୍ୟମାନେ ପ୍ରଥମେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରି ନବୀନ ନିବାସକୁ ଆସିଥିଲେ । ନିମନ୍ତ୍ରଣ ପାଇଁ ସେବାୟତମାନଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଗୁଆ ଓ ଚାଉଳ ଅର୍ପଣ କରିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପରିକ୍ରମା ପ୍ରକଳ୍ପ ଆପଣମାନଙ୍କ କାମ। ସେବାୟତ ବନ୍ଧୁ ମାନଙ୍କ କାମ। ପୁରୀ ବାସୀଙ୍କ କାମ ଏହି ପବିତ୍ର କାମ ପାଇଁ ଯାହା ଆବଶ୍ୟକ ସବୁ ସହଯୋଗ ରାଜ୍ୟ ସରକାର ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସେବାୟତମାନେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତଥା ପୁରୀ ସହରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ “ଆପଣ ଇତିହାସ ରଚିଲେ। ଯୁଗ ଯୁଗ ପାଇଁ ଆପଣଙ୍କ ନାମ ଲିପିବଦ୍ଧ ହୋଇରହିବ।” ଜଗନ୍ନାଥଙ୍କ ଆଶୀର୍ବାଦ ଆପଣଙ୍କ ଉପରେ ଅଛି ବୋଲି ମତଦେଇ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଜୀବନ କାମନା କରିଥିଲେ । ଆପଣଙ୍କ ନିର୍ଦ୍ଦେଶରେ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ ମଧ୍ୟ ଦିନରାତି ପରିଶ୍ରମ କରି ବହୁତ ଭଲ କାମ କରୁଛନ୍ତି। ସାରା ଓଡିଶାର ରୂପରେଖରେ ପରିବର୍ତ୍ତନ ଆଣିଛନ୍ତି ବୋଲି ସେମାନେ ଆନନ୍ଦର ସହ ମତବ୍ୟକ୍ତ କରିଥିଲେ।
/sambad/media/post_attachments/wp-content/uploads/2023/12/Chief-Minister.jpg)
ସେବାୟତ ମାନଙ୍କ ସହିତ ଆଲୋଚନା କରି ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଲେ ଯେ ପରିକ୍ରମା ପ୍ରକଳ୍ପ ସମ୍ଭବ ହୋଇପାରିଛି ପୁରୀ ବାସୀଙ୍କ ତ୍ୟାଗ ଯୋଗୁଁ. ସେବାୟତମାନଙ୍କ ତ୍ୟାଗ ଯୋଗୁ. ଆପଣମାନଙ୍କ ଅତୁଳନୀୟ ତ୍ୟାଗ ସବୁଦିନ ପାଇଁ ସମସ୍ତେ ଶ୍ରଦ୍ଧା ର ସହ ମନେରଖିବେ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ। ପରିକ୍ରମା ପ୍ରକଳ୍ପ କାମ ସମୟରେ ଅନେକ ବାର ବହୁତ ଅସୁବିଧା କିପରି ମହାପ୍ରଭୁଙ୍କ ଆଶୀର୍ବାଦରେ ଦୂର ହୋଇଛି ଏବଂ କାମ ସବୁ ଭଲ ଭାବରେ ଆଗେଇ ଚାଲିଥିଲା, ସେ ବିଷୟରେ ଶ୍ରୀ ପାଣ୍ଡିଆନ ନିଜ ବ୍ୟକ୍ତିଗତ ଅନୁଭୂତି ବର୍ଣ୍ଣନା କରିଥିଲେ।
ପୁରୀ ସହରର ବିକାଶ ପାଇଁ ତଥା ସେବାୟତମାନଙ୍କ କଲ୍ୟାଣ ପାଇଁ ଯାହାକିଛି ଆବଶ୍ୟକ, ମୁଖ୍ୟମନ୍ତ୍ରୀ ସବୁକିଛି କରିବେ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ସବୁ ସେବାୟତ ମାନଙ୍କୁ ଉପଢୌକନ ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।
ଶ୍ରୀମନ୍ଦିରର ସୁରକ୍ଷା ସହିତ ଭକ୍ତମାନଙ୍କ ଶୃଙ୍ଖଳିତ ଦର୍ଶନ ଓ ସେମାନଙ୍କ ପାଇଁ ଏକ ଦିବ୍ୟ ଅନୁଭବ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆରମ୍ଭ କରାଯାଇଛି। ୨୦୨୧ ନଭେମ୍ବର ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ମହାରାଜ ଦିବ୍ୟସିଂହ ଦେବ,ସାଧୁ ସନ୍ଥ ,ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ତଥା ବିଶିଷ୍ଟ ବ୍ୟକ୍ତିମାନଙ୍କ ଉପସ୍ଥିତିରେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଲୋକାର୍ପଣ କାର୍ଯ୍ୟ ମଧ୍ୟ ସେହିପରି ସାଧୁ ସନ୍ଥ ଏବଂ ସବୁ ରାଜନୈତିକ ଦଳ ଓ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରାଯିବ। ପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ପ୍ରକଳ୍ପ କାମର ନିୟମିତ ସମୀକ୍ଷା କରୁଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/12/jjjjj-1.jpg)