ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ଚରଣ ମାଝୀ ଆଜି ପ୍ରଥମ ଥର ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କର ଏହି ତିନିଦିନିଆ ଦିଲ୍ଲୀ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବେ। ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦିଲ୍ଲୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା, ଅର୍ଥ ମନ୍ତ୍ରୀ ନିର୍ମଳା ସିଥାରମଣ, ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ।
ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
/sambad/media/post_attachments/wp-content/uploads/2024/06/mohan-charan-majhi-keonjhar-667x430-1.jpg)