ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Advertisment
ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ଲଘୁଚାପ ଯୋଗୁଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବହୁ ଜିଲ୍ଲାରେ ରାସ୍ତାଘାଟ ଓ ନଦୀକୂଳିଆ ଅଂଚଳ ଜଳମଗ୍ନ ହେବା ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଚାଷବାସ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ରହିଛି। ବର୍ଷା ହେବାର ସମ୍ଭାବନା ଥିବା ସହ ବିଭିନ୍ନ ନଦୀରେ ଜଳସ୍ତର ବଢ଼ୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ  ପରିସ୍ଥିତିର ସମୀକ୍ଷା କରିଛନ୍ତି।

ଏହି  ବୈଠକରେ ରାଜ୍ୟରେ ବର୍ଷା ଓ ସମ୍ଭାବିତ ବନ୍ୟା ସଂପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇ କହିଥିଲେ ଗତ ଦୁଇ ଦିନ ଭିତରେ ରାଜ୍ୟର ୯ଟି ଜିଲ୍ଲାରେ ହାରାହାରି ୧୦୦ ମିଲିମିଟର ବର୍ଷା ହୋଇଛି। ବୈତରଣୀ, ବୁଢାବଳଙ୍ଗ ଓ ସାଳନ୍ଦୀ ନଦୀରେ ଅଧିକ ପାଣି ଆସିଛି। ଆଜି ରାତି ଠାରୁ ଆସନ୍ତାକାଲି ମଧ୍ୟରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ବୈତରଣୀ, ବୁଢାବଳଙ୍ଗ ଓ ତେଲ ଆଦି ନଦୀରେ ମଧ୍ୟମ ଧରଣର ବନ୍ୟା ଆସିବାର ସମ୍ଭାବନା ରହିଛି। ଲୋକଙ୍କୁ ବନ୍ୟା ସମୟରେ ଉଦ୍ଧାର କରିବା ପାଇଁ ୧୦ଟି ଓଡ୍ରାଫ୍ ଓ ଅଗ୍ନିଶମ ସେବା ୟୁନିଟ୍‌ ନିୟୋଜିତ ହୋଇଛନ୍ତି। ନଦୀବଂଧଗୁଡିକରେ ପାଟ୍ରୋଲିଂ କରାଯାଉଛି । ଜଳପ୍ଲାବିତ ଅଞ୍ଚଳଗୁଡିକରେ ଜଳ ନିଷ୍କାସନର ବ୍ୟବସ୍ଥା କରାଯାଉଛି। ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗୀୟ ସଚିବମାନଙ୍କ ସହିତ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ପ୍ରମୁଖ ସଚିବ ଆଦି ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ସଞ୍ଚାଳନ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe