ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକବର୍ଦ୍ଧନ ସିଂହଦେଓ। ଆଜି ସେମାନେ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପିର ବିଜୟ ଉତ୍ସବରେ ଯୋଗ ଦେବେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକବର୍ଦ୍ଧନ ସିଂହଦେଓ ଦିଲ୍ଲୀ ଗସ୍ତରେ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ ପି ନଡ୍ଡାଙ୍କୁ ସାକ୍ଷାତ କରିଥିଲେ।

ସମ୍ବନ୍ଧିତ ଖବର