ବାହାନଗା : ବାହାନଗା ଟ୍ରେନ୍ ଦୁର୍ଘଟଣା ଦେଶବାସୀଙ୍କୁ ମର୍ମାହତ କରିଛି। ଗତକାଲି ଏହି ଭୟାନକ ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଲୋକମାନେ ଆହତ ଯାତ୍ରୀମାନଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କରିଥିଲେ। ପରେ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ ହୋଇଥିଲା। ରାତିସାରା ଉଦ୍ଧାର ଚାଲିଥିବା ବେଳେ ଆଜି ଦିନତମାମ ମଧ୍ୟ ଜାରି ରହିଥିଲା। ଏମିତି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ଡାକ୍ତରଖାନାରେ ଚିକିତ୍ସାଧୀନ ଆହତମାନଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।
/sambad/media/post_attachments/wp-content/uploads/2023/06/cm-3-6-20232-672x430.jpg)
ପୂର୍ବାହ୍ନ ୯ଟା ପାଖାପାଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲିକପ୍ଟର ଯୋଗେ ଆସି ବାହାନଗା ହାଇସ୍କୁଲ ପଡ଼ିଆରେ ଓହ୍ଲାଇଥିଲେ। ସେଠାରୁ କାର୍ ଯୋଗେ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ ଆଲୋଚନା କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ୍ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆସି ଆହତ ଯାତ୍ରୀମାନଙ୍କୁ ଭେଟିବା ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ। ଆହତମାନଙ୍କୁ ସବୁପ୍ରକାର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ଉପସ୍ଥିତ ଜିଲ୍ଲାପାଳ ଓ ସିଡିଏମଓଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/06/cm3-6-20236.jpg)