ବନ୍ୟା କ୍ଷୟକ୍ଷତି ଦେଖିଲେ ମୁଖ୍ୟମନ୍ତ୍ରୀ: ୭ଦିନରେ ମିଳିବ କ୍ଷତିପୂରଣ

Advertisment

ପ୍ରଳୟଙ୍କରୀ ବନ୍ୟାରୁ ଧୀରେ ଧୀରେ ମୁକୁଳୁଛି ମାଲକାନଗିରି ଜିଲ୍ଲା। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଲକାନଗିରି ଜିଲ୍ଲା ଗସ୍ତ କରି କ୍ଷୟକ୍ଷତିର ବାସ୍ତବ ସ୍ଥିତି ପରଖିଛନ୍ତି। ସପ୍ତାହକ ମଧ୍ୟରେ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଳୟଙ୍କରୀ ବନ୍ୟାରୁ ଧୀରେ ଧୀରେ ମୁକୁଳୁଛି ମାଲକାନଗିରି ଜିଲ୍ଲା। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଲକାନଗିରି ଜିଲ୍ଲା ଗସ୍ତ କରି କ୍ଷୟକ୍ଷତିର ବାସ୍ତବ ସ୍ଥିତି ପରଖିଛନ୍ତି। ସପ୍ତାହକ ମଧ୍ୟରେ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

dgdgjdgyy

ମାଲକାନଗିରି: ପ୍ରଳୟଙ୍କରୀ ବନ୍ୟାରୁ ଧୀରେ ଧୀରେ ମୁକୁଳୁଛି ମାଲକାନଗିରି ଜିଲ୍ଲା। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଲକାନଗିରି ଜିଲ୍ଲା ଗସ୍ତ କରି କ୍ଷୟକ୍ଷତିର ବାସ୍ତବ ସ୍ଥିତି ପରଖିଛନ୍ତି। ସପ୍ତାହକ ମଧ୍ୟରେ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଅପରାହ୍ନ ୪ଟା ୨୦ରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଏମ୍‌ଭି-୩ ସ୍ଥିତ ବିଏସ୍‌ଏଫ୍‌ କ୍ୟାମ୍ପରେ ଅବତରଣ କରିଥିଲା। ଏହାପରେ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ କାଲିମେଳା ଓ ପଡ଼ିଆ ବ୍ଲକର ବନ୍ୟାଞ୍ଚଳ ଆକାଶମାର୍ଗରୁ ଅନୁଧ୍ୟାନ କରିଥିଲେ। ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍‌ କମିସନର ଦେଓ ରଞ୍ଜନ ସିଂ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଚରଣ ସିଂ ମୀନା, ଜିଲ୍ଲାପାଳ ଆଶିଷ ଈଶ୍ବର ପାଟିଲ, ଆରକ୍ଷୀ ଅଧୀକ୍ଷକ ନୀତେଶ ୱାଧୱାନୀ ପ୍ରମୁଖ ଉପସ୍ଥିତ ଥିଲେ। ବନ୍ୟା ପରବର୍ତ୍ତୀ ସମସ୍ୟାର ମୁକାବିଲା ଏବଂ କ୍ଷତିଗ୍ରସ୍ତଙ୍କୁ ମୌଳିକ ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ।

ଭାଙ୍ଗି ଯାଇଥିବା କଚ୍ଚା ଘର ବାବଦରେ ତୁରନ୍ତ ସହାୟତା, ବିଦ୍ୟୁତ୍‌ ଯୋଗାଣକୁ ସ୍ବାଭାବିକ କରିବା ସହିତ ଯୋଗାଯୋଗର ସମସ୍ତ ମାଧ୍ୟମକୁ ତୁରନ୍ତ ସଜାଡ଼ିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପର୍ଯ୍ୟାପ୍ତ ପରିମାଣରେ ବିଶୁଦ୍ଧ ଜଳ ଯୋଗାଇ ଦେଇବାକୁ ପରାମର୍ଶ ଦେଇଥିଲେ। ଜଣେ ବି ବନ୍ୟା ବିପନ୍ନ ଯେମିତି ସରକାରୀ ସହାୟତାରୁ ବଞ୍ଚିତ ନହୁଅନ୍ତି ସେଥିପ୍ରତି ଯତ୍ନବାନ ହେବାକୁ କହିଛନ୍ତି। ପରିସ୍ଥିତିର ଆକଳନ କରି ପ୍ରଶାସନ ଏବଂ ପୁଲିସର ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ପରିସ୍ଥିତିର ମୁକାବିଲାରେ ଓଡ୍ରାଫ୍‌ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀ ବଳିଷ୍ଠ ଭୂମିକା ଗ୍ରହଣ କରିଛନ୍ତି। ରାଜ୍ୟ ଆପାଦକାଳୀନ ପରିଚାଳନା କେନ୍ଦ୍ରରୁ ୨୪ଘଣ୍ଟା ପରିସ୍ଥିତି ଉପରେ ନଜର ରହିଥିଲା ବୋଲି ଜଣାଇଥିଲେ। ବୈଠକ ପରେ ରାଜସ୍ବ ମନ୍ତ୍ରୀ ଶ୍ରୀ ପୂଜାରୀ ସରକାରଙ୍କ ନିଷ୍ପତ୍ତି ସଂପର୍କରେ ଗଣମାଧ୍ୟମକୁ ଅବଗତ କରିଥିଲେ। ଓଡ଼ିଶା ରିଲିଫ୍ କୋଡ୍‌ ଅନୁଯାୟୀ ସମସ୍ତ କ୍ଷୟକ୍ଷତିର ଆକଳନ କରାଯାଇ ପର୍ଯ୍ୟାପ୍ତ ସହଯୋଗ ରାଶି ପ୍ରଦାନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ସମେତ ବରିଷ୍ଠ ଅଧିକାରୀ ଓ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe