ଦୁର୍ନୀତି ଅଭିଯୁକ୍ତ ୨୧୧ କର୍ମଚାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି: ମୁଖ୍ୟମନ୍ତ୍ରୀ

୨ରେ ପଦ୍ମପୁର ଆସିବେ ମୁଖ୍ୟମନ୍ତ୍ରୀ

Oneindia Tamil

ଭୁବନେଶ୍ବର: ଦୁର୍ନୀତିରେ ସମ୍ପୃକ୍ତି ଅଭିଯୋଗ ଥିବା ୨୫୫ଜଣ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଶୂନ ବୋଲି ଜଣାଯାଇଛି। ଆଜି ବିଧାନସଭାରେ ବିଜେଡି ବିଧାୟକ ସୁଧୀର ସାମଲଙ୍କ ପ୍ରଶ୍ନର ଗୃହମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲିଖିତ ଉତ୍ତରରେ କହିଛନ୍ତି ଯେ ଦୁର୍ନୀତି ନିବାରଣ ଆଇନ ଅନୁସାରେ ଏହି କର୍ମଚାରୀମାନଙ୍କ ବିରୁଦ୍ଧରେ ଭିଜିଲାନ୍ସ ପକ୍ଷରୁ ମକଦ୍ଦମା ରୁଜୁ ହୋଇଛି। ସେମାନଙ୍କ ବିଭାଗକୁ ଆବଶ୍ୟକ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିଶ କରିଥିଲା ଭିଜିଲାନ୍ସ।ଏହା ସତ୍ତ୍ୱେ ବି ବିଭାଗଗୁଡ଼ିକ ନିଜର ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଉ ନାହାନ୍ତି।

୨୦୧୯ରୁ ୨୦୨୨ ମସିହା ମଧ୍ୟରେ ଭିଜିଲାନ୍ସ ବିଭାଗ ଦ୍ୱାରା ୪୬୬ଜଣ କର୍ମଚାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନଙ୍କ ବିଭାଗ ଓ ଅଫିସକୁ ସୁପାରିଶ କରିଛି। ସେଥିରୁ ମାତ୍ର ୨୧୧ଜଣ କର୍ମଚାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବାକି ୨୫୫ଜଣଙ୍କ ବାବଦରେ ସେମାନଙ୍କ ବିଭାଗ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ସେ ବାବଦରେ ସୂଚନା ସଂଗ୍ରହ ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe