ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଆଜି ବ୍ରହ୍ମପୁର, ଆସ୍କା ଓ ଭୁବନେଶ୍ୱରକୁ ନେଇ ସମୀକ୍ଷା କରିବେ ସୁପ୍ରିମୋ

ଭୁବନେଶ୍ବର:  ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଉପରକୁ ଗୁଳିମାଡ଼ ଘଟଣାକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବ ଦାସଙ୍କର ଆଶୁ ଆରୋଗ୍ୟ କାମନା କରବା ସହ  ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ଗୁଳିମାଡ଼ର ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ପ୍ରଥମେ ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କୁ ଭୁବନେଶ୍ବରକୁ ଏୟାରଲିଫ୍ଟିଂ ପ୍ରକ୍ରିୟା ଜାରି ରହିଛି। ଏବେ ତାଙ୍କୁ ଝାରସୁଗୁଡ଼ା ବିମାନବନ୍ଦରରୁ ଭୁବନେଶ୍ବରର ଆପୋଲୋ ହସ୍ପିଟ‌ାଲକୁ ଅଣାଯାଉଛି।

ବ୍ରଜରାଜନଗରର ଗାନ୍ଧୀଛକ ଫାଣ୍ଡିର ଏଏସଆଇ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ଫାଣ୍ଡି ଅଧିକାରୀ ଗୋପାଳ ଦାସ ଅତି ନିକଟରୁ ତାଙ୍କ ସର୍ଭିସ ରିଭଲଭରରେ ଗୁଳିମାଡ଼ କରିଥିବା ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe