ଭୁବନେଶ୍ବର : କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଆଜି ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ତିନି ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବାୟତମାନଙ୍କୁ ସେମାନଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି।
ସେହିପରି ମହାପ୍ରଭୁଙ୍କ ରଥଯାତ୍ରା ଯେପରି ସୁରୁଖୁରୁରେ ସମ୍ପନ୍ନ ହେବ, ସେଥି ପାଇଁ ଦିନରାତି କାମ କରିଥିବା ଶ୍ରୀମନ୍ଦିର ପ୍ରଶାସନ, ପୁରୀ ଜିଲ୍ଲା ପ୍ରଶାସନ, ପୁଲିସ ପ୍ରଶାସନ ତଥା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଛନ୍ତି। କୋଭିଡ୍ କଟକଣା ମଧ୍ୟରେ ଆଜିର ଶ୍ରୀଗୁଣ୍ଡିଚା ଯାତ୍ରାରେ ପୁରୀର ଜନସାଧାରଣ ଯେପରି ଶୃଙ୍ଖଳାର ପରକାଷ୍ଠା ଦେଖାଇଛନ୍ତି, ତାହା ନିଶ୍ଚିତ ଭାବେ ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିବା ସହ ପୁରୀବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/07/C-M-Watching-live-Rathayatra-at-his-residence-3.jpg)