ମନୋଜ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଶିଷ୍ଟ ଲେଖକ ପଦ୍ମଭୂଷଣ ମନୋଜ ଦାସ ଅସୁସ୍ଥ ହୋଇ ପଣ୍ଡିଚେରୀ ଆଶ୍ରମ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି। ଡାକ୍ତର ଅଶୋକ ଦାସଙ୍କ ତତ୍ତ୍ବାବଧାନରେ ସେ ଚିକିତ୍ସିତ ହେଉଛନ୍ତି। ଶ୍ରୀ ଦାସଙ୍କ ଅସୁସ୍ଥତା ଖବର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡାକ୍ତରଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିଥିଲେ। ତାଙ୍କର ଉତ୍ତମ ଚିକିତ୍ସା ପାଇଁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ମୁଖ୍ୟମନ୍ତ୍ରୀ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଶ୍ରୀ ଦାସଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରିଛନ୍ତି।

ସମ୍ବନ୍ଧିତ ଖବର