ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ  ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୋକବାର୍ତ୍ତାରେ କହିଛନ୍ତି, ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇ ନିର୍ବାଚନମଣ୍ତଳୀର ପୂର୍ବତନ ବିଧାୟିକା ଡାକ୍ତର କମଳା ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

ସମ୍ବନ୍ଧିତ ଖବର