ଭୁବନେଶ୍ବର : ୭୫ତମ ସ୍ବାଧୀନତା ଦିବସ ଉପଲକ୍ଷେ ଜାତୀୟ ପତାକା ତିଆରି ଦାୟିତ୍ବରେ ଥିବା କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର ମିସନ୍ ଶକ୍ତି ଗୋଷ୍ଠୀର ସଭ୍ୟାମାନେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟି କୃତଜ୍ଞତା ଜଣାଇଛନ୍ତି। ଜାତୀୟ ପତାକା ତିଆରି ଦାୟିତ୍ବ ପରି ଗୁରୁ ଦାୟିତ୍ବକୁ ସୁନ୍ଦର ଭାବେ ନିର୍ବାହ କରିଥିବାରୁ ମୁଖ୍ୟମନ୍ତ୍ରୀ ମଧ୍ୟ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିସନ ଶକ୍ତି ସଭ୍ୟାମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରି କହିଥିଲେ ଯେ ଆପଣମାନଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ସଂପୂର୍ଣ୍ଣ ଭରସା ରହିଛି। ଆପଣମାନେ ଏହାକୁ ସଫଳତାର ସହ ନିର୍ବାହ କରି ମୁଖ୍ୟମନ୍ତ୍ରୀଙ୍କ ଭରସାକୁ ସାକାର କରିପାରିଛନ୍ତି। ଆପଣମାନେ ମଧ୍ୟ ଗାଁ ଗାଁରେ ବିକାଶର ନେତୃତ୍ବ ନେଇ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ଓ ଭରସାକୁ ସାକାର କରିପାରିଛନ୍ତି। ଏହି ଅବସରରେ ମିସନ୍ ଶକ୍ତି ସଭ୍ୟାମାନେ କହିଥିଲେ ଯେ ମହିଳା ମାନଙ୍କ ବିକାଶ ଓ କଲ୍ୟାଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନେ ଆଜି ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇପାରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/09/C-M-interacting-with-Mission-Shakti-Members-at-Naveen-Niwas-2-1.jpg)