ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ । ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି।

Advertisment

ମୁଖ୍ୟମନ୍ତ୍ରୀ  ୩୦ ତାରିଖରେ ଝାଡ଼ଖଣ୍ଡ ପହଞ୍ଚିବା ପରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ। ସେଠାରେ ନିର୍ବାଚନ ପୂର୍ବରୁ ଆୟୋଜିତ ହେଉଥିବା ଏକ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। 

ସେହିପରି ୧ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଚାଇଁବାସାର କୋଲ୍‌ହାନ୍ ଯିବେ। ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ।

ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଓ ଚାଇଁବାସାର କୋଲ୍‌ହାନ୍‌ରେ ବହୁ ସଂଖ୍ୟାକ ଓଡ଼ିଆ ଭାଷାଭାଷୀ ଲୋ‌କେ ବସବାସ କରନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଗତକାଲି ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଭେଟିଥିଲେ । ହିମନ୍ତ ବିଶ୍ୱଶର୍ମା ଝାଡ଼ଖଣ୍ଡ ବିଜେପିର ସହ ପ୍ରଭାରୀ ଅଛନ୍ତି। 

ସୂଚନାଯୋଗ୍ୟ, ଝାଡ଼ଖଣ୍ଡରେ କେବେ ନିର୍ବାଚନ ହେବ ସେନେଇ ତାରିଖ ଘୋଷଣା କରାଯାଇନାହିଁ। ତେବେ ବିଜେପି ପକ୍ଷରୁ ରାଜ୍ୟରେ  ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।