ପୁରୀ : ଶନିବାର ରଥଯାତ୍ରା ତୃତୀୟ ସମନ୍ବୟ ବୈଠକ ପୁରୀ ଟାଉନ୍ ହଲ୍ଠାରେ ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୧ ତାରିଖ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା ହେବ। ପୂର୍ବାହ୍ନ ୧୧ଟାରେ ବୈଠକ ଆରମ୍ଭ ହେବାକୁଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ। ସ୍ବାସ୍ଥ୍ୟ, ଗମନାଗମନ, ରାସ୍ତାଘାଟ, ରଥ ନିର୍ମାଣ ଆଦିର ବିସ୍ତୃତ ସମୀକ୍ଷା କରାଯିବ। ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ପ୍ରତ୍ୟକ୍ଷ ଯୋଗଦେବାର କାର୍ଯ୍ୟକ୍ରମ ରହିଥିଲେ ବି ଏଥିରେ ପରିବର୍ତ୍ତନ କରାଯାଇଛି। ଭର୍ଚୁଆଲ୍ ବୈଠକ ଜରିଆରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ବୋଲି ଆଜି ଜିଲ୍ଲା ପ୍ରଶାସନ ସ୍ପଷ୍ଟ କରିଛି। ଅନ୍ୟପଟେ ବିଭିନ୍ନ ବିଭାଗର ଏକାଧିକ ମନ୍ତ୍ରୀ, ବିଧାୟକ, ବରିଷ୍ଠ ପ୍ରଶାସନିକ ଅଧିକାରୀ, ବରିଷ୍ଠ ପୁଲିସ ଅଧିକାରୀମାନେ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ଆଜି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
/sambad/media/post_attachments/wp-content/uploads/2021/07/naveen-patnaik.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)