Telegraph India
ବାଲେଶ୍ୱର : ଆସନ୍ତା ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ଼ ବଣ୍ଟନ କରିବା ସହ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ବାଲେଶ୍ୱରବାସୀଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍ ଘୋଷଣା କରିବେ ବୋଲି ଆଶା କରାଯାଉଛି। ସ୍ଥାନୀୟ ରିଜର୍ଭ ପୁଲିସ ଲାଇନ ପଡ଼ିଆରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥି ନିମନ୍ତେ ବୁଧବାର ଦିନ ବିଜୁ ଜନତା ଦଳର ସାଙ୍ଗଠନିକ ସଂପାଦକ ତଥା ଯାଜପୁରର ବିଧାୟକ ପ୍ରଣବ ପ୍ରକାଶ ଦାସ ପୁଲିସ ଲାଇନ ପଡ଼ିଆ ବୁଲି ଦେଖିବା ସହ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥାର ତଦାରଖ କରିଛନ୍ତି।
/sambad/media/post_attachments/wp-content/uploads/2021/11/f049046e-a149-44c3-a526-8687c7ea1d35.jpg)
ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ପୂର୍ବତନ ସାଂସଦ ତଥା ବିଜେଡି ଜିଲ୍ଲା ସଭାପତି ରବୀନ୍ଦ୍ର କୁମାର ଜେନା, ଭୋଗରାଇ ବିଧାୟକ ଅନନ୍ତ ଦାସ, ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ର, ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ, ସୋର ବିଧାୟକ ପର୍ଶୁରାମ ଧଡ଼ା, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ବାଲେଶ୍ୱର ସଦର ବିଧାୟକ ସ୍ୱରୂପ କୁମାର ଦାସ, ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଏସ୍ପି ସୁଧାଂଶୁ ଶେଖର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ସଦର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଗସ୍ତରେ ଆସିଥିଲେ। ଗୋଟିଏ ବର୍ଷ ପରେ ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଆସୁଥିବାରୁ ବିଜେଡି ମହଲରେ ବେଶ୍ ଉତ୍ସାହ ପ୍ରକାଶ ପାଇଛି।
Follow Us