CM Mohan Charan Majhi Photograph: (ANI News)
ଭୁବନେଶ୍ୱର: ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ଗୁରୁବାର ସନ୍ଧ୍ୟା ସାଢ଼େ ୫ଟାରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।
୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନରେ ପ୍ରାକ୍ ବଜେଟ୍ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗ ନେବେ।
ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି। ତେବେ ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ବୋଲି କୁହାଯାଉଛି।
ଅଧିକ ପଢ଼ନ୍ତୁ: ଚେତୁନି ରେଳବିଭାଗ: ସରୁନି ଆର୍ଓବି, ଅକାମୀ ହୋଇପଡ଼ିଛି ଅଣ୍ଡରପାସ୍
ଏହି ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ ଜିଏସଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ ଶୀର୍ଷ ନେତୃତ୍ବଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ଥିବା କୁହାଯାଉଛି।
ଅଧିକ ପଢ଼ନ୍ତୁ: ବୋଟ୍ ବୁଡ଼ିବା ଘଟଣା: ଯାତ୍ରୀଙ୍କ ନିକଟରେ ନଥିଲା ଲାଇଫ୍ ଜ୍ୟାକେଟ୍
Follow Us