Chief Minister's Diwali address: 3 percent increase in dearness allowance of state government employees
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦୀପାବଳି ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।
Follow Us