ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଭେଟି: ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବଢ଼ିଲା

ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରଙ୍କ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କୁ ଭେଟି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି।

govt office

Photograph: (NDTV)

ଭୁବନେଶ୍ବର: ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରଙ୍କ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କୁ ଭେଟି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫%ରୁ ୫୮%କୁ ବୃଦ୍ଧି ପାଇଲା।

ପେନ୍‌ସନ୍‌ଭୋଗୀଙ୍କ ଟିଆଇ ବି ୩% ବଢ଼ିଲା
ଜୁଲାଇରୁ ପିଛିଲା ଭାବେ ଲାଗୁ ହେବ

ଏହା ୨୦୨୫ ଜୁଲାଇ ପହିଲାରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ। ସେହିପରି ପେନ୍‌ସନ୍‌ଭୋଗୀଙ୍କ ଟି.ଆଇ.ରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନ୍‌ରେ ଏହି ବର୍ଦ୍ଧିତ ଟିଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢ଼େ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀ ଉପକୃତ ହେବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe