ଭୁବନେଶ୍ବର : ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳ ପ୍ରକାଶ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ଉଦ୍ୟମ ପ୍ରଶଂସନୀୟ। ଫଳାଫଳ ନିର୍ବିଶେଷରେ ଜୀବନରେ ସଫଳ ହେବା ସହ ସମାଜ ପାଇଁ କିଛି କରିବାର ଦୃଢ଼ ମନୋଭାବ ନେଇ ସମସ୍ତେ ଆଗକୁ ବଢ଼ନ୍ତୁ। ସମସ୍ତଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।
ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
/sambad/media/post_attachments/wp-content/uploads/2022/01/naveen-patnaik-ff.png)