ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ୩ ମନ୍ତ୍ରୀ

Advertisment
ଏସବୁ ପ୍ରସଙ୍ଗ ଗୃହରେ ଉଠାଇବ ବିଜେପି

ଭୁବନେଶ୍ବର: ରଥରୁ ଆଡ଼ପମଣ୍ଡପକୁ ପହଣ୍ଡିରେ ଯିବା ସମୟରେ ବଡ଼ଠାକୁର ଯେପରି ତଳେ ପଡ଼ିଗଲେ ସେହିପରି ଘଟଣା ଯେପରି ଆଉ ନଘଟିବ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଦକ୍ଷେପ ନେଇଛନ୍ତି। ଏଥିପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆସନ୍ତାକାଲିଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ତିନି ମନ୍ତ୍ରୀ ନୀଳାଦ୍ରି ବିଜେ ସରିବା ପର୍ଯ୍ୟନ୍ତ ପୁରୀରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ତାହା ନିଶ୍ଚିତ କରିବେ। ଏହାସହ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର ଯେପରି କୌଣସି ଅସୁବିଧା ନହେବ ତାହା ସୁନିଶ୍ଚିତ କରିବା ନେଇ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe