ପଦ୍ମପୁର: ପଦ୍ମପୁରକୁ ଜିଲ୍ଲା ଘୋଷଣା ନେଇ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତିକୁ  ଏକ ଛଳନା ବୋଲି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଅଭିଯୋଗ କରିଛନ୍ତି। ଶ୍ରୀ ମିଶ୍ର କହିଛନ୍ତି, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ମୁଖ୍ୟମନ୍ତ୍ରୀଙ୍କ ପୂର୍ବ ପ୍ରତିଶ୍ରୁତି କୁଆଡ଼େ ଗଲା? ପଦ୍ମପୁରକୁ ଜିଲ୍ଲା ଘୋଷଣା ଦାବି ଅନେକ ବର୍ଷର ପୁରୁଣା ଦାବି।

Advertisment

ଏନେଇ ବିଜେପି ମଧ୍ୟ ଅନେକ ଦିନ ଧରି ଆନ୍ଦୋଳନରେ ସାମିଲ ଅଛି। ଉପନିର୍ବାଚନକୁ ଆଖି ଆଗରେ ରଖି ଜିଲ୍ଲା କ୍ରିୟାନୁଷ୍ଠାନ କମିଟିକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଏକ ଛଳନା ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରସଂଗ‌ରେ କେନ୍ଦ୍ର ସରକାରଙ୍କ ଘୋଷଣା ପାଇଁ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ର କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଧନ୍ୟବାଦ ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀରେ ବିଧାୟକ ମୁକେଶ ମହାଲିଙ୍ଗ ଓ  ଜିଲ୍ଲା ବିଜେପି ସଭାପତି ଅଶ୍ୱିନୀ ଷଡ଼ଙ୍ଗୀ ଉପସ୍ଥିତ ଥିଲେ।