ବରଗଡ଼ : ଆସନ୍ତା ୫ ତାରିଖ ପଞ୍ଚାୟତିରାଜ ଦିବସ ଓ ପ୍ରବାଦପୁରୁଷ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ଏନେଇ ଜିଲ୍ଲା ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସ୍ଥାନୀୟ ପ୍ରେମିଶିଳା ମଣ୍ଡପଠାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ ନେଇ ସୂଚନା ଦେବା ସହ ବିଜୁ ଏକ୍ସପ୍ରେସ୍ର ଲୋକାର୍ପଣ ଉତ୍ସବ ସମ୍ବନ୍ଧରେ ଉଲ୍ଲେଖ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ରୀତା ସାହୁ, ଭଟଲି ବିଧାୟକ ସୁଶାନ୍ତ ସିଂ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ସାଧୁ ନେପାକ, ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ଢେଙ୍କାନାଳ ବିଧାୟକ ସୁଧୀର ସାମଲ, ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମର ଚୂଡ଼ାନ୍ତ ରୂପରେଖ ସମ୍ବନ୍ଧରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। ଏଥିସହ ସୋହେଲା ସମେତ ନୂଆପଡ଼ା, ଜୁନାଗଡ଼ ଆମ୍ବପାଣି ଆଦି ଚାରୋଟି ସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଥିବାର ସୂଚନା ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ସଫଳ ପାଇଁ କିଶୋର ଦେବତା ଓ ବରିଷ୍ଠ ବିଜେଡି ନେତା ବିମଳ ଦେବତା ବକ୍ତବ୍ୟ ରଖିଥିଲେ।
ବୈଠକରେ ବରଗଡ଼ ଟାଉନ ବିଜେଡି ସଭାପତି କିଶୋର ମିଶ୍ର, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଉପାଧ୍ୟକ୍ଷ ରାଜେଶ ଅଗ୍ରୱାଲ, ବ୍ଲକ୍ ଉପାଧ୍ୟକ୍ଷ ଉମେଶ ପଣ୍ଡାଙ୍କ ସମେତ ଜିଲ୍ଲା ପରିଷଦ ସଭ୍ୟ, ସଭ୍ୟା, ପୌର ପରିଷଦର କାଉନସିଲରବୃନ୍ଦ, ସମସ୍ତ ସରପଞ୍ଚ, ସମିତି ସଭ୍ୟ, ସଭ୍ୟା, ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ଶେଷରେ ବ୍ଲକ୍ ବିଜେଡି ସଭାପତି ପ୍ରଫୁଲ୍ଲ ନାଏକ ଧନ୍ୟବାଦ ଦେଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/12/naveen-patnaik-pti.jpg)