ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ ଆଜି: ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ, ଶିଳାନ୍ୟାସ କରିବେ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆପଡ଼ା ଗସ୍ତରେ ଆସୁଛନ୍ତି। ସେ ନୂଆପଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିସହ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ତଥା ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

CM Mohan Charan Majhi | Suryabanshi Suraj

ନୂଆପଡ଼ା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆପଡ଼ା ଗସ୍ତରେ ଆସୁଛନ୍ତି। ସେ ନୂଆପଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିସହ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ତଥା ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଭୁବନେଶ୍ୱର ବିମାନବନ୍ଦରରୁ ଦିନ ୧୦ଟାରେ ବାହାରି ନୂଆପଡ଼ା ଗୌତମା ଏୟାରଷ୍ଟ୍ରିପ୍‌ରେ ୧୧ଟାରେ ପହଞ୍ଚିବେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। 

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର ରବିବାର ନୂଆପଡ଼ାରେ ପହଞ୍ଚିଛନ୍ତି। ମିନି ଷ୍ଟାଡିୟମରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ, ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ରାଜ୍ୟସଭା ସାଂସଦ ସୁଜିତ କୁମାର, କଳାହାଣ୍ଡି ସାଂସଦ ମାଳବିକା ଦେଓ ଯୋଗ ଦେବେ। ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଜିଲ୍ଲାର ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ଭେଟି ଦେବେ ବୋଲି ଜିଲ୍ଲାବାସୀ ଆଶା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe