ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ, ଯ଼ୋଗ ଦେଲେ ସ୍ବତନ୍ତ୍ର ରିଲିଫ କମିଶନର, ୧୦ ଜିଲ୍ଲାର ଜିଲ୍ଲାପାଳ

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ମୁକାବିଲାକୁ ନେଇ ନେଇ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଭିଡିଓ କନଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇ ସ୍ଥିତିର ସମୀକ୍ଷା କରିଛନ୍ତି । ଏହି ବୈଠକରେ ସ୍ବତନ୍ତ୍ର ରିଲିଫ କମିଶନର, ବିଭିନ୍ନ ବିଭାଗର ସଚିବ, ଏନଡିଆରଏଫର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହା ସହିତ ପ୍ରଭାବିତ ହେବାକୁ ଥିବା ୧୦ ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ଏହି ବୈଠକରେ ଯ଼ୋଗ ଦେଇଥିଲେ ।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜି କୁହାଯ଼ାଇଛି ଯ଼େ, ଆଜି ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି । ଏହା ଆସନ୍ତା କାଲି ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହା ପରବର୍ତ୍ତୀ ୭୨ ଘଣ୍ଟାରେ ପର୍ୟ଼୍ୟାୟକ୍ରମେ ଏକ ଡିପଡିପ୍ରେସନ ଓ ତାପରେ ଏକ ବାତ୍ୟା ବା ସାଇକ୍ଲୋନିକ ସର୍କୁଲେସନରେ ପରିଣତ ହେବ । ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ମେ ୨୬ ସନ୍ଧ୍ୟା ସୁଦ୍ଧା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଛୁଇଁବ ।

ସମ୍ବନ୍ଧିତ ଖବର