ରାଉରକେଲା: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ରାଜ୍ୟସ୍ତରୀୟ ବରିଷ୍ଠ ଅଧିକାରୀ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର, ଡିଏମଇଟି ଡାକ୍ତର ସିବିକେ ମହାନ୍ତିଙ୍କ ସହିତ ଆସ ରାଉରକେଲା ସହର ଏବଂ ସୁନ୍ଦରଗଡ଼ ଜିଲ୍ଲାର କୋଭିଡ୍ ସ୍ଥିତି ଓ ଏହାର ପରିଚାଳନା ପାଇଁ ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି।
ରାଜ୍ୟ ସରକାରଙ୍କ ଏହି ଉଚ୍ଚସ୍ତରୀୟ ଟିମ୍ ରାଉରକେଲାରେ ପହଞ୍ଚି ଜେ ପି କୋଭିଡ୍ ହସ୍ପିଟାଲ ପରିଦର୍ଶନ କରିବା ସହିତ ହାଇଟେକ୍ କୋଭିଡ୍ ହସ୍ପିଟାଲ, ଶାନ୍ତି ମେମୋରିଆଲ କୋଭିଡ୍ ହସ୍ପିଟାଲ, ଏନଟିପିସି କୋଭିଡ୍ ସେଣ୍ଟରରେ ଉପଲବ୍ଧ ଚିକିତ୍ସା ସୁବିଧା, ଉପକରଣ ଓ ଔଷଧପତ୍ର ଆଦି ବିଷୟରେ ସମୀକ୍ଷା କରିଥିଲେ। ରାଉରକେଲା ମହାନଗର ନିଗମର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନେ କୋଭିଡ୍ ସମ୍ପର୍କିତ କ୍ଷେତ୍ର ସ୍ତରୀୟ ସ୍ଥିତି ଓ ତଥ୍ୟ ଉପାସ୍ଥାପନ କରିଥିଲେ।
/sambad/media/post_attachments/wp-content/uploads/2021/04/Press-release-Chief-Secy.-Odisha-ACS-Health-Review-COVID19-situation-at-Rourkela-3-1024x681.jpeg)
ସମୀକ୍ଷା ପରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଛନ୍ତି ଯେ, ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସଂକ୍ରମିତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ କୋଭିଡ୍ ହସ୍ପିଟାଲରେ ଆବଶ୍ୟକ ବେଡ୍, ଆଇସିୟୁ ଏବଂ ଅକ୍ସିଜେନର ବ୍ୟବସ୍ଥା କରାଯାଇଛି। ରାଉରକେଲାରେ ଥିବା ଜେ ପି ହସ୍ପିଟାଲରେ ୨୫୦ଟି ବେଡ୍ କୋଭିଡ୍ ଚିକିତ୍ସା ପାଇଁ ରଖାଯାଇଛି। ସୁନ୍ଦରଗଡ଼ସ୍ଥିତ ଏନଟିପିସି ମେଡିକାଲ କଲେଜ ଏବଂ ହସ୍ପିଟାଲରେ କୋଭିଡ୍ ରୋଗୀଙ୍କ ପାଇଁ ୪୦୦ ଶଯ୍ୟା ରହିଛି।
ସେହିପରି ରାଉରକେଲାସ୍ଥିତ ହାଇଟେକ କୋଭିଡ୍ ହସ୍ପିଟାଲକୁ ଖୁବଶୀଘ୍ର କୋଭିଡ୍ଙ୍କ ଆକ୍ରାନ୍ତଙ୍କ ପାଇଁ ଖୋଲାଯିବ। ଏହାଛଡ଼ା ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ କେୟାର ସେଂଟରଗୁଡ଼ିକରେ ୧ ହଜାରରୁ ଅଧିକ ବେଡର ବ୍ୟବସ୍ଥା କରାଯାଇଛି। ଜିଲ୍ଲାରେ କୋଭିଡ୍ ସଂକ୍ରମଣର ପ୍ରତିରୋଧ ନିମନ୍ତେ କୋଭିଡ୍ ନିୟମଗୁଡ଼ିକୁ କଡ଼ାକଡ଼ି ଭାବେ ପ୍ରବର୍ତ୍ତନ କରାଯିବ ଏବଂ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହାଛଡ଼ା ଟେଷ୍ଟିଂ, ଟ୍ରାକିଂ ଓ ଟ୍ରିଟମେଣ୍ଟକୁ ଅଧିକ ବ୍ୟାପକ କରାଯିବ। ଆବଶ୍ୟକସ୍ଥଳେ ଜିଲ୍ଲା ପ୍ରଶାସନ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ମଧ୍ୟ କରିପାରିବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/04/Press-release-Chief-Secy.-Odisha-ACS-Health-Review-COVID19-situation-at-Rourkela-4.jpeg)