ଭୁବନେଶ୍ୱର: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହୋଇଛି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ସଦସ୍ୟମାନେ ହଙ୍ଗାମା ଆରମ୍ଭ କରିଥିବାବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ସଦସ୍ୟମାନେ ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ।
ଗୃହର ସାଧାରଣ କାର୍ଯ୍ୟ ସମ୍ଭବ ନ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଉଭୟ ଦଳ ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ହୋ-ହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/08/11-16.jpg)