ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କ ପାଇଁ ଖୁସିଖବର, ଟଙ୍କା ଫେରସ୍ତ ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର: ସରକାର ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଚିହ୍ନଟ ହୋଇଥିବା କ୍ଷୁଦ୍ର ଜମାକାରୀଙ୍କୁ ଆରଟିଡ଼ିଏସ ମାଧ୍ୟମରେ ଟଙ୍କା ପ୍ରଦାନ କରାଯାଇଛି । କ୍ଷତିଗ୍ରସ୍ତ ଜମାକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଭାବେ ଏହି ଟଙ୍କା ଟ୍ରାନ୍‌ସଫର କରାଯାଇଛି । ବାଲେଶ୍ୱର ଜିଲ୍ଲାପାଳଙ୍କ ତତ୍ୱାବଧାନରେ ଏହି ଟଙ୍କା କ୍ଷତିଗ୍ରସ୍ତ ଜମାକାରୀଙ୍କୁ ପ୍ରଦାନ କରାଯାଇଛି । ପ୍ରଥମ ଦିନରେ ୩୫୦ ଜଣ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ପ୍ରାଥମିକ ପର୍ଯ୍ୟାୟରେ ୧୦ ହଜାର ଟଙ୍କାରୁ କମ ଜମା କରିଥିବା ଜମାକାରୀଙ୍କୁ ଟଙ୍କା ଫେରସ୍ତ କରାଯାଉଛି। ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ ପାଇଁ ପୂର୍ବରୁ ସରକାର ଘୋଷଣା କରିଥିଲେ । ଏନେଇ ଜିଲ୍ଲାପାଳ ଓ ତହସିଲଦାରଙ୍କୁ କ୍ଷୁଦ୍ର ଜମାକାରୀଙ୍କୁ ଚିହ୍ନଟ କରାଯିବାକୁ ନିର୍ଦ୍ଦେଶ ଦେଇଥିଲେ ଅର୍ଥ ସଚିବ । ପୂର୍ବରୁ ଏନେଇ ଚିଠି ମଧ୍ୟ ଜିଲ୍ଲାପାଳମାନଙ୍କୁ ଜାରି କରାଯାଇଛି । ଏହି ଚିଠିରେ ଜିଲ୍ଲାପାଳମାନେ ତହସିଲଦାରମାନଙ୍କ ଜରିଆରେ ଟଙ୍କା ବାଣ୍ଟିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।

ସମ୍ବନ୍ଧିତ ଖବର