ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଦୈନିକ ତାଲିମ୍ ଭତ୍ତା ୨୮ ଟଙ୍କାରୁ ୧୪୦ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପିଛିଲା ଭାବେ ୨୦୨୫ ମେ’ ପହିଲାଠାରୁ ଲାଗୁ ହେବ। ଓଡ଼ିଶାରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ସଂଖ୍ୟା ୭୦୦ରୁ କମ୍ ଅଛି।
ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ସେହିପରି ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍-ଅପ୍ ଭତ୍ତା ବୃଦ୍ଧି କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କର ଦୈନିକ ଡ୍ୟୁଟି କଲ୍-ଅପ୍ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ହୋଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରି ପହିଲାରୁ ଲାଗୁ ହେବ।