ପୋଷ୍ଟର ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ: ୪ ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର

ବ୍ରହ୍ମପୁର: ଗଂଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ପୋଷ୍ଟର ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏହି ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ପୂର୍ଣ୍ଣଚନ୍ଦ୍ର ପାହାନାଙ୍କ ୩ ପୁଅ ଦିଲୀପ, ଜିତେନ୍ଦ୍ର ଓ ବାପୁଜୀ। ଏହା ସହିତ ଅଭିମନ୍ୟୁ ପାହାନ ମଧ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରାଯାଇଛି। ଖଲିକୋଟ ମେଡିକାଲରେ ପ୍ରାଥମିକ ଚିକିତ୍ସା କରି ସମସ୍ତଙ୍କୁ ବ୍ରହ୍ମପୁର ଡାକ୍ତରଖାନା ପଠାଯାଇଛି।

ଏହି ଘଟଣାକୁ ନେଇ ମେଡିକାଲରେ ବିଜେଡି ଓ ବିଜେପିର ନେତା ପହଁଞ୍ଚହିଛନ୍ତି, ଆହତମାନେ ବିଜେପି ସମର୍ଥକ ବୋଲି ଜଣାପଡ଼ିଛି।

ସମ୍ବନ୍ଧିତ ଖବର