୨୦ ତାରିଖ ଯାଏ ମେଘୁଆ‌ ପାଗ ଓ ବର୍ଷା

୩ ଓ ୪ରେ ବର୍ଷା, ଫସଲ ସୁରକ୍ଷିତ ରଖିବାକୁ ଚାଷୀଙ୍କୁ ପରାମର୍ଶ

LiveChennai

ଭୁବନେଶ୍ବର: ଗତକାଲି ଉତ୍ତର ଆଣ୍ଡାମାନ ସାଗରରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ରହିଛି। ଏହା ଆହୁରି ପଶ୍ଚିମକୁ ଗତି କରିବ ଓ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ୧୮ ତାରିଖ ବେଳକୁ ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ଉତ୍ତର ତାମିଲନାଡ଼ୁ ଅଞ୍ଚଳ ଉପରେ ରହିବ ବୋଲି ଆକଳନ କରାଯାଉଛି। ଏହା ପ୍ରଭାବରେ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ର କହିଛି, ୧୭ ତାରିଖ ଆଡ଼କୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ ଓ ପୁରୀ‌ରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସେହିପରି ୧୮ତାରିଖ ଆଡ଼କୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଧା, ଜଗତସିଂହପୁର ଓ କନ୍ଧମାଳ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖ ଦିନ ଦକ୍ଷିଣ ଉପକୂଳ ଓଡ଼ିଶାର ସମସ୍ତ ସ୍ଥାନ ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ାର କିଛି କିଛି ସ୍ଥାନରେ ଅପେକ୍ଷାକୃତ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ୨୦ ତାରିଖ ଦିନ କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ଏବେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୨ ଡିଗ୍ରି ଅଧିକ ରହିଛି। ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଭୁବନେଶ୍ବର ଓ କଟକରେ ଏବେ ପାଗ ମେଘୁଆ ରହିଛି। ସର୍ବନିମ୍ନ ତାପମାତ୍ରା ୨୧ଡିଗ୍ରି ପାଖାପିଖି ରହିଛି। ଆଗକୁ ୨ଦିନ ପର୍ଯ୍ୟନ୍ତ ମଧ୍ୟ ଏହି ପାଗ ଜାରି ରହିବ ବୋଲି କେନ୍ଦ୍ର କହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe