ଭୁବନେଶ୍ବର : ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଶୁକ୍ରବାର ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଥିଲା। ଏଥିସହ କନ୍ଧମାଳ, ନୟାଗଡ଼, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି। ରାଜ୍ୟର ଅଧିକାଂଶ ସ୍ଥାନର ଦିନ ତାପମାତ୍ରା ତଳକୁ ଖସିଛି।
୪ ଦିନ ତଳେ ରାଜଧାନୀ ଭୁବନେଶ୍ବରର ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରି ଉପରେ ରହିଥିବା ବେଳେ ଶୁକ୍ରବାର ଦିନ ତାହା ୩୨.୨ ଡିଗ୍ରିକୁ ଖସିଛି। ଆଜି ମଧ୍ୟ ରାଜ୍ୟର କିଛି କିଛି ଅଞ୍ଚଳରେ ବର୍ଷା ହୋଇପାରେ। ବିଶେଷକରି ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଜି ମଧ୍ୟ ରାଜଧାନୀ ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରି ମଧ୍ୟରେ ରହିବ।