ଭୁବନେଶ୍ୱର: ବାଲିକୁଦାର ପୂର୍ବତନ ବିଧାୟକ ବରିଷ୍ଠ ବିଜେଡି ନେତା ଉମେଶ ଚନ୍ଦ୍ର ସ୍ୱାଇଁଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ,’ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ତାଙ୍କ ନିଃସ୍ୱାର୍ଥପର ସେବା ଓ ଜନ କଲ୍ୟାଣକାରୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି’। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ କରି ଲେଖିଛନ୍ତି ଯେ, ‘ବରିଷ୍ଠ ରାଜନେତା ତଥା ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ବିୟୋଗ ଖବର ଶୁଣି ଦୁଃଖିତ ଓ ମର୍ମାହତ । ତାଙ୍କର ଲମ୍ବା ସମୟର ରାଜନୈତିକ ଜୀବନରେ ସେ କରିଥିବା କାମ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି’।
Sambad is now on WhatsApp
Join and get latest news updates delivered to you via WhatsApp
ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ତାଙ୍କ ନିଃସ୍ୱାର୍ଥପର ସେବା ଓ ଜନ କଲ୍ୟାଣକାରୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) November 17, 2021
ସୂଚନା ଥାଉ କି ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରରେ ଆଜି ସକାଳୁ ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ରହିଛି । ବାଲିକୁଦା ନିର୍ବାଚନ ମଣ୍ଡଳୀରୁ ୪ ଥର ଓଡ଼ିଶା ବିଧାନସଭାକୁ ପ୍ରତିନିଧିତ୍ୱ କରିଥିବା ୭୪ ବର୍ଷୀୟ ଉମେଶ ଚନ୍ଦ୍ର ସ୍ବାଇଁ ୧୯୭୭ ମସିହାରେ ଜନତା ଦଳରୁ ପ୍ରାର୍ଥୀ ହୋଇ ମନ୍ତ୍ରୀ ବାସୁଦେବ ମହାପାତ୍ରଙ୍କୁ ପରାଜୟର ସ୍ୱାଦ ଚଖାଇ ପ୍ରଥମ ଥର ଭାବେ ବିଧାନସଭାକୁ ମନୋନୀତ ହୋଇଥିଲେ। ପରେ ୧୯୯୦ରେ ତତ୍କାଳୀନ ବିଧାୟକ ଜ୍ୟୋତିଷ ଦାଶଙ୍କୁ ପରାଜିତ କରି ଦ୍ୱିତୀୟ ଥର ପାଇଁ ବିଧାୟକ ହୋଇଥିଲେ।
ଏହାପରେ ୨୦୦୦ ମସିହାରେ କଂଗ୍ରେସ ଦଳରୁ ପ୍ରାର୍ଥୀ ହୋଇ ପ୍ରଥମ ଥର ବିଜେଡିରୁ ପ୍ରାର୍ଥୀ ହୋଇଥିବା ରଘୁନନ୍ଦନ ଦାଶଙ୍କୁ ପରାଜିତ କରି ତୃତୀୟ ଥର ବିଧାୟକ ହୋଇଥିଲେ। ପରେ ୨୦୦୪ ମସିହାରେ ସ୍ୱାଧୀନ ପ୍ରାର୍ଥୀ ରଘୁନନ୍ଦନଙ୍କୁ ହରାଇ ୪ର୍ଥ ଥର ବିଧାୟକ ହୋଇଥିଲେ । ୨୦୧୪ ମସିହାରେ କଂଗ୍ରେସ ଦଳରୁ ଇସ୍ତଫା ଦେଇ ବିଜେଡିର ସଦସ୍ୟତା ଗ୍ରହଣ କରିଥିଲେ ଓ ନିର୍ବାଚନ ନଲଢ଼ି ଦଳ ପାଇଁ ପ୍ରଚାର କରିଥିଲେ।