ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ କରିବେ ସୌଜନ୍ୟମୂଳକ ସାକ୍ଷାତ

ନୂଆଦିଲ୍ଲୀ/ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆଜି ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ସାକ୍ଷାତ କରିଛନ୍ତି। ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଭେଟିଛନ୍ତି।

ଏହି ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ମୋଦୀ ଗ୍ୟାରେଂଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ପ୍ରସ୍ତୁତି କରିବ ରାଜ୍ୟ ୟୁନିଟ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି। ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ସଭା ମଂଚରୁ ଏକାଧିକ ଗ୍ୟାରେଂଟି ଦେଇଥିଲେ। ବିଜେପି ସରକାର ଆସିଲେ ବିକଶିତ ଓଡିଶା ଗଢ଼ିବାର ପ୍ରତିଶ୍ରୁତି ଦେଇଥିଲେ। ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ।

ସମ୍ବନ୍ଧିତ ଖବର