କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ: ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେବ

Advertisment

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରାରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କୁ ଯେପରି ଦିବ୍ୟ ଅନୁଭୂତି ମିଳିବ, ସେ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିଲା।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରାରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କୁ ଯେପରି ଦିବ୍ୟ ଅନୁଭୂତି ମିଳିବ, ସେ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିଲା।

CM Mohan Charan Majhi | Suryabanshi Suraj

ଭୁବନେଶ୍ବର: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରାରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କୁ ଯେପରି ଦିବ୍ୟ ଅନୁଭୂତି ମିଳିବ, ସେ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିଲା। ହେଲେ ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ କରିବା ବେଳେ ଅସମ୍ଭାଳ ଭିଡ଼ ଓ ଠେଲାପେଲାରେ ୩ଜଣ ଭକ୍ତଙ୍କ ଅକାଳ ମୃତ୍ୟୁ ଘଟିଲା। ବହୁ ଭକ୍ତ ଆହତ ହେଲେ। ସରକାରଙ୍କ ସବୁ ପ୍ରସ୍ତୁତି ସତ୍ତ୍ବେ ଏଭଳି ଅଘଟଣ ଘଟିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବ୍ୟଥିତ କରିଛି। ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହ ନିଜେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।

ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେବ
ମୃତକଙ୍କ ପରିବାରକୁ ୨୫ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଏଭଳି ଅଘଟଣ ବିରଳ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନିଜେ ଖୋଲାଖୋଲି କ୍ଷମା ପ୍ରା‌ର୍ଥନା କରି ଘଟଣାକୁ ଗୁରୁତ୍ବର ‌ସହ ନେଇଛନ୍ତି ବୋଲି ଦର୍ଶାଇଛନ୍ତି। ଏହାସହ କହିଛନ୍ତି ଯେ ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଦଳାଚକଟାରେ ପରଲୋକଗତ ଭକ୍ତମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe