୧୦୨ ଅଧିକାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସମସ୍ୟା ସମାଧାନ ପାଇଁ ଦେଲେ ପରାମର୍ଶ

ଭୁବନେଶ୍ୱର: ଓଡିଶା ଲୋକସେବା ଆୟୋଗ ଦ୍ୱାରା ଅନୁଷ୍ଠିତ ଓଡିଶା ସିଭିଲ ସର୍ଭିସ ପରୀକ୍ଷା ୨୦୧୭ର କୃତି ପ୍ରତିଯୋଗୀଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି | ଜୟଦେବ ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୧୦୨ ଜଣ ନବ ନିଯୁକ୍ତ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି | ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋକଙ୍କ ସହିତ ପ୍ରତ୍ୟକ୍ଷ ସମ୍ପର୍କରେ ରହିବାକୁ ହେବ |

ଲୋକଙ୍କ କଲ୍ୟାଣ ପାଇଁ ନିଷ୍ପତ୍ତି ନେବାକୁ ହେବ | ତେଣୁ ଧୈର୍ଯ୍ୟ ଓ ସମ୍ବେଦନଶୀଳତା ସହିତ ଲୋକଙ୍କ ସମସ୍ୟା ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି | ରାଜ୍ୟ ସରକାରଙ୍କ ୩-ଟି ମନ୍ତ୍ର ସମ୍ପର୍କରେ ନବନିଯୁକ୍ତ ଅଧିକାରୀଙ୍କୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କ ଜୀବନରେ ପରିବର୍ତ୍ତନ ପାଇଁ ଟେକ୍ନୋଲୋଜି, ଟ୍ରାନ୍ସପରେନ୍ସି ଓ ଟିମୱାର୍କ ଉପରେ ଗୁରୁତ୍ୱ ଆରୋପ କରିଛନ୍ତି | ବର୍ତ୍ତମାନ ଏହି ୩ଟି ଟି ସହ ଆଉ ୨ଟି ଟି କୁ ସାମିଲ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ |

ଲୋକଙ୍କ ଆଶା ଆକାଂକ୍ଷା ପୂରଣ ପାଇଁ ଟ୍ରାନ୍ସଫରମେସନ ଓ ଟାଇମକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି | ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁଦାମ ମାରାଣ୍ଡି, ଶକ୍ତି ଓ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ଶ୍ରୀ ଆଦିତ୍ୟ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ |

ସମ୍ବନ୍ଧିତ ଖବର