ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆବର୍ଷ ଅବସରରେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଠାକୁର ଶ୍ରୀ ବଳଦେବ ଓ ମାଆ ଶୁଭଦ୍ରାଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ରରେ ମୁଖ୍ରମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦିନ ସାଢ଼େ ୧୧ଟା ବେଳେ ପୁରୀ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ ଓ ବିଜେଡ଼ି ନେତାମାନେ ସ୍ୱାଗତ କରି ମନ୍ଦିର ଭିତରକୁ ନେଇ ଯାଇଥିଲେ।ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ସହିତ ସାଂସଦ ଡ. ପ୍ରସନ୍ନ କୁମାର ପାଟ୍ଟଶାଣୀ ମଧ୍ୟ ପୁରୀ ଯାଇ ଶ୍ରୀଜୀଉମାନଙ୍କ ଦର୍ଶନ କରିଛନ୍ତି।
ନୂଆବର୍ଷରେ ଶ୍ରୀଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Advertisment
Follow Us