ମହାନଦୀ ବ୍ରିଜରେ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Advertisment
ମହାନଦୀ ବ୍ରିଜରେ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଭୋରରୁ ସୋନପୁର ମହାନଦୀ ବ୍ରିଜ୍ ଉପରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପାଞ୍ଚ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

publive-image

ସୂଚନାଯୋଗ୍ୟ, ଶୁକ୍ରବାର ବିଳମ୍ବିତ ରାତିରେ ସୋନପୁର ମହାନଦୀ ସେତୁ ଉପରେ ବୋଲେରୋ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ପଞ୍ଚମହଲା ଗ୍ରାମର ବାପ ଆଶିଷ ପଣ୍ଡିଆ, ଝିଅ ସିଦ୍ଧି ପଣ୍ଡିଆ, ପ୍ରମୋଦ ପଣ୍ଡିଆ, ନିମନା ଗ୍ରାମର ତ୍ରୟମ୍ବକ ମେହେର, ଶୁଭମ ପଣ୍ଡିଆ ପ୍ରମୁଖ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ୫ ଜଣ ଗୁରୁତର ହୋଇଥିଲେ। ମୃତାହତମାନଙ୍କୁ ଗ୍ୟାସ୍ କଟରରେ କଟାଯାଇ ବାହାରକୁ କଢାଯାଇଥିଲା। ଆହତମାନଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଏମାନେ ବିନିକା କଉଡିଆମୁଣ୍ଡାରୁ ଏକ ବାହାଘରରେ ବରଯାତ୍ରୀ ଭାବେ ଯୋଗ ଦେଇ ନିଜ ଗାଁ ପଞ୍ଚମହଲା ଓ ନମ୍ନା ଗାଁକୁ ଫେରୁଥିବାବେଳେ ଦୁର୍ଘଟଣା ଘଟିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe