ଭୁବନେଶ୍ୱର: ବିଶିଷ୍ଟ ଗାୟିକା ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ସ୍ୱର୍ଗତ ନିର୍ମଳା ମିଶ୍ର ଜଣେ ଉଚ୍ଚକୋଟୀର ଗାୟିକା ଭାବରେ ଓଡ଼ିଆ ସଂଗୀତ ଜଗତରେ ସୁନାମ ଅର୍ଜନ କରିଥିଲେ। ୬୦ ଓ ୭୦ ଦଶକରେ ତାଙ୍କ ସଂଗୀତର ମଧୁର ମୂର୍ଚ୍ଛନା ଜନ ମାନସକୁ ଏବେ ମଧ୍ୟ ଜୀବନ୍ତ ରହିଛି । ତାଙ୍କର ସଙ୍ଗୀତ ଗୁଡ଼ିକ ଅତ୍ୟନ୍ତ ଶ୍ରୁତି ମଧୁର ଓ ଶ୍ରୋତା ମାନଙ୍କୁ ଗଭୀର ଆନନ୍ଦ ପ୍ରଦାନ କରିଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗ ଓଡିଆ ସଙ୍ଗୀତ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି ବୋଲି ସେ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ସେ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସହାନୁଭୂତି ପ୍ରକାଶ କରିଛନ୍ତି।
ବିଶିଷ୍ଟ ବଙ୍ଗୀୟ ତଥା ଓଡ଼ିଆ ଗାୟିକା ନିର୍ମଳା ମିଶ୍ର ଶନିବାର-ରବିବାର ରାତି ୨ଟା ୫ ମିନିଟ୍ ସମୟରେ କୋଲକାତାର ଚେତଲା ଅଞ୍ଚଳରେ ଥିବା ତାଙ୍କ ବାସଭବନରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ କିଛି ସମୟ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କର ହୃଦଘାତରେ ପରଲୋକ ହୋଇଛି।
Follow Us