ଭୁବନେଶ୍ୱର: ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗ‌ରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦେଶ ଦେଇଛନ୍ତି।

Advertisment

ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ ନିଜ ଘରକୁ ଫେରିବେ ସେଥିପାଇଁ ଝାରଖଣ୍ଡ ସରକାର ସହ ସମନ୍ୱୟ ରଖି ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ଏହି ତୀର୍ଥ ଯାତ୍ରୀମାନଙ୍କ ମଧ୍ୟ୍ୟରେ ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜର ଲୋକମାନେ ଅଛନ୍ତି।

publive-image Photo: Dainik Jagaran

ସୂଚନାଯୋଗ୍ୟ, ଝାଡ଼ଖଣ୍ଡର ହଜାରିବାଗ-କଟକମସାଣ୍ଡି ମୁଖ୍ୟ ରାସ୍ତାରେ କନୌଦା ଘାଟିର ବୁଲାଣିଆ ସ୍ଥାନରେ ଏକ ଓଡ଼ିଶକୁ ଫେରୁଥିବା ପର୍ଯ୍ୟଟକଙ୍କ ବସ୍‌ ଟ୍ରକ୍‌ ସହିତ ଧକ୍କା ହୋଇଥିଲା। ଏହା ଏତେ ଭୟଙ୍କର ଥିଲା ଯେ, ଦୁର୍ଘଟଣା ସମୟରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଯାଇଥିଲା। ୨୯ ଜଣ ଯାତ୍ରୀ ଗୁରୁତର ହୋଇଥିଲେ। ସେମାନଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।