ସପ୍ତମ ବେତନ କମିସନର ଶେଷ ୨୦% ବକେୟା ଦେୟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

Advertisment

ମିଳିବ ବକେୟା ରାଶି; ଉପକୃତ ହେବେ ୪ ଲକ୍ଷ ସରକାରୀ କର୍ମଚାରୀ, ୮୫୦ କୋଟି ଟଙ୍କା ବ୍ୟୟ ବରାଦ

ମିଳିବ ବକେୟା ରାଶି; ଉପକୃତ ହେବେ ୪ ଲକ୍ଷ ସରକାରୀ କର୍ମଚାରୀ, ୮୫୦ କୋଟି ଟଙ୍କା ବ୍ୟୟ ବରାଦ

୨୦୩୬ ସୁଦ୍ଧା ସଶକ୍ତ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସପ୍ତମ ବେତନ କମିସନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା ପ୍ରକାଶ ପାଇଛି। ଏହାଦ୍ବାରା କର୍ମଚାରୀମାନେ ସପ୍ତମ ବେତନ କମିସନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ। ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇଛି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଉପକୃତ ହେବେ। ଏଥିପାଇଁ ୨୦୨୧-୨୨ ଅତିରିକ୍ତ ବଜେଟ୍‌ରେ ୮୫୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମା ରେ ପାଇପାରିବେ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ସପ୍ତମ ବେତନ କମିସନର ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରି ମାସ ଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ। କର୍ମଚାରୀମାନେ ସପ୍ତମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରି ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ୨୦ ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତ୍ତି ହୋଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ରେ ୪୦ ପ୍ରତିଶତ, ୨୦୧୯-୨୦ରେ ୧୦ ପ୍ରତିଶତ ଓ ୨୦୨୧-୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା। ସୂଚନାଯୋଗ୍ୟ ଯେ ପେନ୍‌ସନ୍‌ଭୋଗୀମାନେ ମଧ୍ୟ ସେମାନଙ୍କ ଦରମାର ଶତକଡା ୧୦୦ ପ୍ରତିଶତ ପାଇସାରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe