ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆସନ୍ତାକାଲି (ରବିବାର) ଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀ ଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର କୌଣସି ଅସୁବିଧା ବା ନହେବ ତାହା ସୁନିଶ୍ଚିତ କରିବାକୁ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟ ସରକାର ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା ଭିତରେ ଶେଷ କରିବାକୁ ଉଦ୍ୟମ କରୁଛନ୍ତି। ଏହାରି ମଧ୍ୟରେ ଗତ ମଙ୍ଗଳବାର ଆଡ଼ପ ପହଣ୍ଡିେ ବେଳ ବଡ଼ଠାକୁର ଖସିପଡ଼ିବାକୁ ନେଇ ଅଧିକ ତତ୍ପରତା ଦେଖାଯାଇଛି। ଏହି ଘଟଣାର ପୁନରାବୃତ୍ତି ଯେଭଳି ନହୁଏ, ସେଥିପାଇଁ ସତର୍କ ରହିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/07/8450ed95-d034-4b7c-8aed-18eff7a3482e.jpeg)