ଭୁବନେଶ୍ବର: ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ଅତିଥି ଭବନରେ ଆୟୋଜିତ ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ସାମିଲ ହେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଠାରେ ବିଭିନ୍ନ ସ୍କୁଲର ଛାତ୍ରୀମାନେ ଅତିଥି ଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଛନ୍ତି। ଏହାସହ ବିଭିନ୍ନ ଅନୁଷ୍ଠାନର ମହିଳା ଓ ମହିଳା ସାମ୍ବାଦିକା ମଧ୍ୟ ସାମିଲ ହୋଇଥିଲେ। ଅତିଥି ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ ମଧ୍ୟ ଉପସ୍ଥିତି ଥିଲେ।

Advertisment

ଅନ୍ୟପଟେ ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ସମ୍ବାଦ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ। ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରକ୍ଷା ବନ୍ଧନର ଶୁଭେଚ୍ଛା ଜଣାଇଛନ୍ତି ସେ। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତି ଥିଲେ। ସମ୍ବାଦ ଗ୍ରୁପର ଆଜିଠାରୁ ନିଶାମୁକ୍ତି ଅଭିଯାନ ଆରମ୍ଭ ହେଉଛି।