ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନର ଇକୋ ରିଟ୍ରିଟର ଦ୍ୱିତୀୟ ସଂସ୍କରଣକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ ଏବଂ କେନ୍ଦ୍ର ପେଟ୍ରୋଲିୟମ୍ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଭିଡିଓ ବାର୍ତ୍ତା ପ୍ରଦର୍ଶିତ ହୋଇଥିଲା।
ଆଜିଠାରୁ କୋଣାର୍କର ରାମଚଣ୍ଡୀ ବେଳାଭୂମି, ସାତକୋଶିଆ, ଭିତରକନିକା, ଦାରିଙ୍ଗିବାଡି ଏବଂ ହୀରାକୁଦଠାରେ ଇକୋ ରିଟ୍ରିଟ୍ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛିା ଏହା ଫେବୃଆରି ୨୮ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ପର୍ଯ୍ୟଟକମାନଙ୍କୁ ଅଧିକ ଆକର୍ଷିତ କରିବା ଲାଗି ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଉଛିା
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/12/eco-retreat-750x430-1.jpg)